
ଦର୍ଶନ:
ସରଳ ଓ ଅର୍ଥପୂର୍ଣ୍ଣ ନବ ଓଡ଼ିଆ ବାଇବଲ ଦ୍ଵାରା ଲକ୍ଷ ଲକ୍ଷ ଓଡ଼ିଆ ଭାଷାବାଦୀଙ୍କର ମୁକ୍ତି ଓ ଜୀବନ ପରିବର୍ତ୍ତନ
କାର୍ଯ୍ୟ:
ଈଶ୍ଵରଙ୍କ ଜୀବନ୍ତ ବାକ୍ୟ (ବାଇବଲ)କୁ ସଠିକ ଓ ସ୍ପଷ୍ଟ ଭାବରେ, ପ୍ରଚଳିତ ସରଳ ଓଡ଼ିଆ ଭାଷାରେ ଅନୁବାଦ କରିବା, ଯେପରି ତାହା ପାଠ କରି ବା ଶୁଣି, ଏପରିକି ବିଶେଷ ପାଠ ପଢ଼ି ନ ଥିବା
, ସୁସମାଚାର ଶୁଣି ନ ଥିବା କିମ୍ବା ଖ୍ରୀଷ୍ଟ ବିଶ୍ଵାସୀମାନଙ୍କ ସହଭାଗିତାକୁ ଯାଇ ନ ଥିବା ଲୋକମାନେ ମଧ୍ୟ ବୁଝି ପାରିବେ।
ଘୋଷଣା:
ଆମ୍ଭେମାନେ ସ୍ୱୀକାର କରୁଅଛୁ ଯେ, କୌଣସି ବାଇବଲ ଅନୁବାଦ ନିର୍ଭୁଲ କିମ୍ବା ଅନ୍ତିମ ନୁହେଁ; କିନ୍ତୁ, ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ନିଜର ସମ୍ମାନ ଓ ଗୌରବ ନିମନ୍ତେ ଏପରି ବିଷୟଗୁଡ଼ିକୁ ମଧ୍ୟ ବ୍ୟବହାର କରିଥାଆନ୍ତି, ଯେଉଁଗୁଡ଼ିକ ଦୁବର୍ଳ ଅଟେ ଓ ସିଦ୍ଧ ନୁେହଁ। ଏଠାରେ ଆମ୍ଭେମାନେ କହିରଖୁଅଛୁ ଯେ, ଓଡ଼ିଆ ଭାଷାର ପରିବର୍ତ୍ତନ ଘଟୁଥିବା ବିଷୟଗୁଡ଼ିକ ଅନୁସାରେ, ଅନୁବାଦ କରାଯାଇଥିବା ଶାସ୍ତ୍ରାଂଶଗୁଡ଼ିକୁ ଆବଶ୍ୟକ ଅନୁସାରେ ସଂଶୋଧନ କରି ଉତ୍ତମମାନର ଅନୁବାଦ କରିବାକୁ ନବ ବାଇବଲ ଅନୁବାଦ ଦଳ ସବର୍ଦା ଚେଷ୍ଟା କରୁଅଛି। ଅନୁବାଦକ, ଅନୁବାଦ ପରାମଶର୍ଦାତା, ଲେଖା ପାଠକ ବା ସମୀକ୍ଷକ ଇତ୍ୟାଦି ବ୍ୟକ୍ତିବିଶଷଙ୍କ ନାମ TILL-NOBO କାର୍ଯ୍ୟାଳୟର ଅଭିେଲଖାଗାରରେ ଉପଲବ୍ଧ ଅଟେ।
ନବ ଲୂକ ସୁସମାଚାର “ଆଦର୍ଶ ମନୁଷ୍ୟ” ପ୍ରକାଶ ପାଇଅଛି
Verse of the day
କାରଣ, ମୁଁ ନିଶ୍ଚିତ ଭାବରେ ଜାଣେ ଯେ, ମୃତ୍ୟୁ ହେଉ କିମ୍ବା ଜୀବନ ହେଉ, ସ୍ୱର୍ଗର ଦୂତମାନେ ହୁଅନ୍ତୁ କିମ୍ବା ଭୂତମାନେ ହୁଅନ୍ତୁ, କି ଅନ୍ୟ ଶକ୍ତିଗୁଡ଼ିକ ହୁଅନ୍ତୁ, ବର୍ତ୍ତମାନ ବିଷୟରେ ଭୟ ହେଉ କିମ୍ବା ଭବିଷ୍ୟତ ବିଷୟରେ ଚିନ୍ତା ହେଉ, ଉଚ୍ଚ ବିଷୟ ହେଉ କି ଗଭୀର ବିଷୟ ହେଉ, କିମ୍ବା ଈଶ୍ୱର ସୃଷ୍ଟି କରିଥିବା ବିଷୟଗୁଡ଼ିକ ମଧ୍ୟରୁ ଅନ୍ୟ ଯେକୌଣସି ବିଷୟଗୁଡ଼ିକ ହୁଅନ୍ତୁ, ସେଗୁଡ଼ିକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ହେଉଥିବା ଈଶ୍ୱରଙ୍କ ପ୍ରେମରୁ ଆମ୍ଭମାନଙ୍କୁ ଅଲଗା କରି ପାରିବେ ନାହିଁ।
ରୋମୀୟଙ୍କ ପ୍ରତି ପତ୍ର 8:38